ଏଏସଓ ପରୀକ୍ଷା ଅନିୟମିତତା ମାମଲା : ୬ ସପ୍ତାହ ମଧ୍ୟରେ ଚୟନ ପ୍ରକିୟା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ : ୬ ସପ୍ତାହ ମଧ୍ୟରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ଚୟନ ପ୍ରକିୟା ସଂପୂର୍ଣ୍ଣ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏକ ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ହାଇକୋର୍ଟଙ୍କ ମେ’ ୧୯ ରାୟକୁ ପାଳନ କରାଯାଇ ନ ଥିବାରୁ ଅବମାନନା ମାମଲା ହୋଇଥିଲା । ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ ।
ପୂର୍ବରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ମେ’ ୧୯ରେ ହାଇକୋର୍ଟ ଦେଇଥିବା ଏହି ରାୟ ଦୁଇ ମାସ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ରହିଥିଲା । ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ବିଳମ୍ବ ହେଉଥିବା ଦର୍ଶାଇ ହାଇକୋର୍ଟରେ ଓପିଏସସି ବିରୁଦ୍ଧରେ କିଛି ପରୀକ୍ଷାର୍ଥୀ ଅଦାଲତ ଅବମାନନା ମାମଲା କରିଥିଲେ । ଏହି ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମେ’ ୧୯ ରାୟକୁ ପାଳନ କରାଯାଇନଥିବାରୁ ଅବମାନନା ମାମଲା ହୋଇଥିଲା । ସାନି ମେଧା ତାଲିକା ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ ।