ଭୁବନେଶ୍ୱରରୁ ୧୯୧ କରୋନା ପଜିଟିଭ୍

ଭୁୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଦିନ ଆଉ ୧୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୪୫ ଜଣ ଓ ସ୍ଥାନୀୟ ସଂକ୍ରମଣ ଯୋଗୁଁ ୧୪୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଭୁବନେଶ୍ୱରରେ ୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ଏଥି ସହିତ ଭୁବନେଶ୍ୱରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୩୮୯୩ ରେ ପହଂଚିଛି । କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୩୨୩୮୬ରେ ପହଂଚିଛି । ଏଯାଏଁ ୨୫୦ ଜଣ ଲୋକଙ୍କର ମୃତ୍ୟୁ ହୋଇଛନ୍ତି । ଏବେ ୧୨୩୬ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖଣ୍ଡଗିରିରୁ ସର୍ବାଧିକ୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ପଟିଆରୁ ୧୩ ଜଣ , ଓଲ୍ଡ ଟାଉନ୍ ରୁ ୯ , ରସୁଲଗଡ ଓ ସୁନ୍ଦରପଦାରୁ ୮ ଜଣ ଲେଖାଏଁ , ୟୁନିଟ୍ ୩ରୁ ୭ ଜଣ , ନୟାପଲ୍ଲୀରୁ ୬ ଜଣ , ଝାରପଡା ଓ ବଡଗଡରୁ ୫ ଜଣଲେଖାଏଁ ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି ।