ରାଜ୍ୟରେ ବନ୍ଦ ହେବ ବିଏସକେୱାଇ, ଲାଗୁ ହେବ ଆୟୁଷ୍ମାନ ଯୋଜନା : ମନମୋହନ ସାମଲ
![](https://thetruths.in/wp-content/uploads/2024/06/Manmohan-Samal.png)
ଭୁବନେଶ୍ୱର : ରାଜ୍ୟରେ ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଭାବେ ରହିବା ସହିତ ଓଡ଼ିଶା ରାଜନୀତିର ଅପ୍ରତିଦ୍ବନ୍ଦୀ ନେତା ନବୀନ ପଟ୍ଟନାୟକ ଆଜି ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓଡିଶାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଗଣମାଧ୍ୟମରେ ଦେଇଛନ୍ତି ବଡ଼ ପ୍ରତିକ୍ରିୟା।
ମନମୋହନ ସାମଲ କହିଛନ୍ତି, ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା। ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ। ଭ୍ରଷ୍ଟ ଶାସନ ବିରୋଧରେ, ଓଡ଼ିଶାର ଅସ୍ମିତା ପାଇଁ ଲଢ଼ିଥିଲୁ। ଏସବୁ କଥା ଓଡ଼ିଶାର ଭୋଟର ଗ୍ରହଣ କରିଥିଲେ। ଜନତାଙ୍କ ଆଶୀର୍ବାଦରେ ସରକାର ଗଠନ କରିବାକୁ ଯାଉଛୁ ବୋଲି ମନମୋହନ ସାମଲ କହିଥିଲେ।
ସେହିପରି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ନେଇ ସାମ୍ବାଦିକ ପ୍ରଶ୍ନ କରିଥିଲେ। ଯାହାର ଉତ୍ତରରେ ମନମୋହନ ସାମଲ କହିଛନ୍ତି, ରାଜ୍ୟରେ ଲୋକଙ୍କ ସରକାର ହେବ। ୬ ତାରିଖ ଦିନ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା, ତାହା ଟିକେ ବିଳମ୍ବ ହେଇପାରେ। ସଂସଦୀୟ ବୋର୍ଡ ଯାହା ନିଷ୍ପତ୍ତି ନେବେ, ତାହା ଫାଇନାଲ ହେବ। ୧୦ ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ମନମୋହନ କହିଛନ୍ତି।
ସେହିପରି ବିଏସ୍କେଓ୍ବାଇ ପ୍ରସଙ୍ଗରେ କହିଛନ୍ତି, ରାଜ୍ଯରେ ବନ୍ଦ ହେବ ବିଏସକେୱାଇ। ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଏହା କହିଛନ୍ତି ବିଜେପି ସଭାପତି ମନମୋହନ ସାମଲ । କହିଛନ୍ତି, ବିଏସକେୱାଇରେ ଭଲ ସୁବିଧା ମିଳୁନଥିଲା। ଆୟୁଷ୍ମାନ ଯୋଜନା ଲାଗୁ ହେଲେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ମିଳିବ। ଏହାସହ ନିର୍ବାଚନ ପୂର୍ବରୁ ବିଜେପି ଯାହା ପ୍ରତିଶୃତି ଦେଇଥିଲା ତାହା ସବୁ କାର୍ଯ୍ୟକାରୀ କରାଯିବ।