କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଭୁବନେଶ୍ୱର : ରାଜ୍ୟରେ ଆଇଏଏସ୍ ସ୍ତରରେ ଅଦଳ ବଦଳ । ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଉଥିବା ଆଇଏଏସ୍ ଅଧିକାରୀ କ୍ରିଷନ୍ କୁମାର କେନ୍ଦ୍ରୀୟ ଡେପୁଟେସନ୍ରେ ଯାଇଛନ୍ତି । କ୍ରିଷନ୍ କୁମାରଙ୍କୁ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି । ବୁଧବାର ଏ ନେଇ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।
୨୦୦୨ ବ୍ୟାଚ୍ର ଆଇଏଏସ୍ ଅଫିସର କ୍ରିଷନ କୁମାର ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପୂର୍ତ ସଚିବ ଦାୟିତ୍ୱ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରୁଛନ୍ତି । ଏହା ପୂର୍ବରୁ ସେ ବିଏମସି କମିଶନର ମଧ୍ୟ ଥିଲେ । ତା ପୂର୍ବରୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ସେ ସଫଳତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି ।