ପ୍ଳାଜମା ସଂଗ୍ରହ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଜୁ ଜନତା ଦଳର ସାମାଜିକ ଅନୁଷ୍ଠାନ “ଓଡିଶା – ମୋ ପରିବାର” ର କାର୍ଯ୍ୟକଳାପର ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକର ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଓଡିଶା – ମୋ ପରିବାର ଦ୍ୱାରା କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଯଥା ଜୀବନ ବିନ୍ଦୁ କାର୍ଯ୍ୟକ୍ରମ, କୋଭିଡ ସମୟରେ ଶବଦାହ ପାଇଁ ଆରମ୍ଭ କରାଯାଇଥିବା ହେଲ୍ପଡେସ୍କ, ରକ୍ତଦାନ କରୁଥିବା ବ୍ୟକ୍ତିବିଶେଷଙ୍କ ଏକ ତାଲିକା ପ୍ରସ୍ତୁତ, ଥାଲାସେମିଆ ଏବଂ ଅନ୍ୟାନ୍ୟ ଗୁରୁତର ପ୍ରଭାବିତ ବ୍ୟକ୍ତିଙ୍କୁ ସାହାଯ୍ୟ ଏବଂ ପ୍ଳାଜମା ସଂଗ୍ରହ ଅଭିଯାନ କରିବା ପାଇଁ ନିର୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଓଡିଶା – ମୋପରିବାର କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିବା ସହ କୋଭିଡ ମହାମାରୀ ପରିପ୍ରେକ୍ଷୀରେ ଏହିସାମାଜିକକାର୍ଯ୍ୟକୁ ଆହୁରି ବ୍ୟାପକ ଓ ତ୍ୱରାନ୍ୱିତକରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଓଡିଶା – ମୋ ପରିବାରର ଆବାହକ ଅରୂପ ପଟନାୟକ, ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ମହାକାଳପଡ଼ା ବିଧାୟକ ଓ ଓଡିଶା – ମୋ ପରିବାର ସହ ଆବାହକ ଅତନୁ ସବ୍ୟସାଚୀ ନାୟକ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଏବଂ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହିଥିଲେ ।