ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ
ଭୁବନେଶ୍ୱର : ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ବାଣପୁର ଆସିଷ୍ଟାଂଟ ସେସନ ଜଜ୍ ।
ସୂଚନା ଅନୁଯାୟୀ, ଗତ ୧୨ ତାରିଖରେ ବାଣପୁର ବ୍ଲକ ଅଫିସ ସାମ୍ନାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ପଂଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଜୋରଜବରଦସ୍ତ ଭିଡ଼ ଭିତରକୁ ବିଧାୟକ ଗାଡ଼ି ନେଇଥିଲେ । ଏହାପରେ ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇ ଦେଇଥିଲେ । ଯେଉଁଥିରେପୋଲିସ୍ ଏବଂ ସାମ୍ବାଦିକଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ । ଏହାପରେ ଉତ୍ୟକ୍ତ ଲୋକଙ୍କ ଆକ୍ରମଣରେ ବିଧାୟକ ଗୁରୁତର ହୋଇଥିଲେ । ତାଙ୍କ ଚିକିତ୍ସା ପାଇଁ ହସ୍ପିଟାଲ ନିଆଯାଇଥିଲା । ସେଠାରୁ ଡିସଚାର୍ଜ ହେବା ପରେ ବିଧାୟକଙ୍କୁ ଗିରଫ କରାଯାଇଥିଲା ।