ବିଶ୍ୱ ପ୍ରେସ୍ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
- କୋଭିଡ୍-୧୯ ସମୟରେ ଜୀବନକୁ ବାଜି ଲଗାଇ ବିଶ୍ୱସନୀୟ ଏବଂ ସଠିକ୍ ଖବର ପ୍ରସାରଣରେ ସାମ୍ବାଦିକ ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରତିବଦ୍ଧତାକୁ କଲେ ପ୍ରଶଂସା
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱ ପ୍ରେସ୍ ସ୍ୱାଧୀନତା ଦିବସ ଅବସରରେ ସାମ୍ବାଦିକ ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । କୋଭିଡ୍-୧୯ ମହାମାରୀ ସମୟରେ ଜୀବନକୁ ବାଜି ଲଗାଇ ବିଶ୍ୱସନୀୟ ଏବଂ ସଠିକ୍ ଖବର ପ୍ରସାରଣରେ ସେମାନଙ୍କର ପ୍ରତିବଦ୍ଧତାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍-୧୯ର ଦ୍ୱିତୀୟ ଲହରୀ ସମୟରେ ଜନସାଧାରଣଙ୍କ ସୁବିଧା ଓ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶାରେ ପୋଲିସ ଜିଲ୍ଲାଗୁଡ଼ିକରେ ଫୋନ୍ଭିତ୍ତିକ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଲାଗୁ କରିଛନ୍ତି। ମୋବାଇଲ୍/ହ୍ୱାଟସ୍ଆପ୍ ଜରିଆରେ ସାଧାରଣ ଅଭିଯୋଗଗୁଡ଼ିକର ଶୁଣାଣି କରାଯିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କୋଭିଡ୍-୧୯ ମହାମାରୀର ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ କଟକ ମହାନଗର ନିଗମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କଟକ ମହାନଗର ନିଗମ ଅଞ୍ଚଳରେ କୋଭିଡ୍-୧୯ ମହାମାରୀ ବିରୁଦ୍ଧ ସଂଗ୍ରାମକୁ ଏହା ସଶକ୍ତ କରିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସକାଳେ ସୁଶ୍ରୀ ମମତା ବାନାର୍ଜୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ଏବଂ ତାଙ୍କ ଦଳର ବିପୁଳ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଶାର ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ଲବଣ୍ୟେନ୍ଦୁ ମାନସିଂହଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁମାନଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।