ଡିଜିପି ସୁନୀଲ ବଂଶଲଙ୍କୁ ସାକ୍ଷାତ କଲେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା
![](https://thetruths.in/wp-content/uploads/2023/02/Crime-Branch-ADG-Arun-Bothra-meet-DGP-Sunil-Bansal-1024x674.jpg)
ଭୁବନେଶ୍ୱର : ଡିଜିପି ସୁନୀଲ ବଂଶଲଙ୍କୁ ସାକ୍ଷାତ କଲେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ବୁଧବାର ଡିଜିପି କ୍ୟାମ୍ପ ଅଫିସରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଥିବା ଜଣାପଡ଼ିଛି। ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ। ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ତଦନ୍ତର ଅଗ୍ରଗତି ନେଇ ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ସେହିପରି ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ମଧ୍ୟ ଆଲୋଚନା ହୋଇଛି।