ଦାମୋଦର ରାଉତଙ୍କ ବିୟୋଗ ଓଡ଼ିଶା ରାଜନୀତିର ଅପୂରଣୀୟ କ୍ଷତି : ମୁଖ୍ୟମନ୍ତ୍ରୀ
![](https://thetruths.in/wp-content/uploads/2022/12/CM-Naveen-Patnaik-4.jpg)
ଭୁବନେଶ୍ୱର : ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ସମ୍ବିତ ରାଉତ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସକାଳ ୫ଟା ୨୩ ମିନିଟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତିି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଏହି ପରିପ୍ରେକ୍ଷୀରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦାମୋଦର ରାଉତଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।