୭୦% ସିଲାବସ୍ରୁ ମାଟ୍ରିକ ପରୀକ୍ଷା ଦେବେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ
- ପରୀକ୍ଷାର ୧୫ ଦିନ ମଧ୍ୟରେ ପ୍ରକାଶ ପାଇବ ଫଳ
ଭୁବନେଶ୍ୱର : ମାଟ୍ରିକ ପରୀକ୍ଷା ନମ୍ବର ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଶାନ୍ତ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀ ଆଜି ପୁଣି ପରୀକ୍ଷା ଦେବା ପାଇଁ ଅନୁରୋଧ କରିଛନ୍ତି । ସେ କହିଛନ୍ତି ଯେଉଁମାନେ ନମ୍ବରକୁ ନେଇ ଅସନ୍ତୁଷ୍ଟ ଅଛନ୍ତି ସେମାନେ ପୁଣି ଥରେ ପରୀକ୍ଷା ଦିଅନ୍ତୁ । ୧୫ ଦିନ ଭିତରେ ତାଙ୍କର ପରୀକ୍ଷା ଫଳ ପ୍ରକାଶ କରିବାକୁ ବୋର୍ଡ ପକ୍ଷରୁ ଉଦ୍ୟମ କରାଯିବ । ଫରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା କ୍ଷେତ୍ରରେ ମଧ୍ୟ ଏହି ନମ୍ବରକୁ ବିଚାରକୁ ନିଆଯିବ । ତେବେ ୭୦ ପ୍ରତିଶତ ସିଲାବସକୁ ନେଇ ମାଟ୍ରିକ ପରୀକ୍ଷା ହେବ । କୋଭିଡ ଗାଇଡଲାଇନ ଅନୁଯାୟୀ ପରୀକ୍ଷା କରାଯିବ । ପରୀକ୍ଷା ପ୍ରଶ୍ନପତ୍ର କିଭଳି କରାଯିବା ସେନେଇ ବୋର୍ଡ ନିଷ୍ପତ୍ତି ନେବ ବୋଲି କହିଛନ୍ତି ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଅଫଲାଇନ୍ ରେ ହେବ ମାଟ୍ରିକ୍ ପରୀକ୍ଷା । ୭୦% ସିଲାବସ୍ରୁ ହେବ ମାଟ୍ରିକ ପରୀକ୍ଷା । ବାଦ ପଡ଼ିବ ୩୦ ପ୍ରତିଶତ ସିଲାବସ୍ । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ୍ ନିୟମ ଅନୁସାରେ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି । ୧୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । ପରୀକ୍ଷା ପ୍ରଶ୍ନପତ୍ର କିଭଳି କରାଯିବ ତାହା ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ । କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ପରୀକ୍ଷା କରାଯିବ। ୧୫ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଜୁଲାଇ ପରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ସେପଟେ ଜୁଲାଇ ୩୦ରେ ଅଫଲାଇନରେ ମାଟ୍ରିକ୍ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁଲାଇ ୩୦ରୁ ଆରମ୍ଭ ହୋଇ ଅଗଷ୍ଟ ୮ ପର୍ଯ୍ୟନ୍ତ ଚାଲିବ । କୋଭିଡ୍ ନିୟମ ଅନୁଯାୟୀ କରାଯିବ ପରୀକ୍ଷା । ବୋର୍ଡ ଫଳାଫଳରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେଚାହିଁଲେ ପରୀକ୍ଷା ଦେଇପାରିବେ । ତେବେ ପରୀକ୍ଷା ସୂଚୀ ମଧ୍ୟ ପ୍ରକାଶ ପାଇଛି । ଜୁଲାଇ ୩୦ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ । ସେହିପରି ଜୁଲାଇ ୩୧ ତାରିଖରେ ଦ୍ବିତୀୟ ଭାଷା, ଅଗଷ୍ଟ ୨ ତାରିଖରେ ଗଣିତ, ୩ ତାରିଖରେ ସାଧାରଣ ବିଜ୍ଞାନ, ୪ ତାରିଖରେ ସାମାଜିକ ବିଜ୍ଞାନ ଓ ୫ ତାରିଖରେ ତୃତୀୟ ଭାଷା ପରୀକ୍ଷା ହେବ । ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ଶେଷ ହେବ । କେବଳ ଗଣିତ ପାଇଁ ୧୫ ମିନିଟ୍ ଅଧିକ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେପଟେ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମପୂରଣ ତାରିଖ ପ୍ରକାଶ ପାଇଛି । ଆସନ୍ତା ଜୁଲାଇ ୫ରୁ ୧୪ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଫର୍ମପୂରଣ ସମୟ ବୋର୍ଡ ନିର୍ଘଣ୍ଟ କରିଛି । ବୋର୍ଡ ୱେବସାଇଟ www.bseodisha.ac.inରେ ଏନେଇ ସମସ୍ତ ନିର୍ଦ୍ଦେଶାବଳୀ ଦିଆଯାଇଛି । ବିନା ଫି’ରେ ଫଳାଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।