ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଅଗଷ୍ଟ ୩ରୁ କମିବ ପରିମାଣ
![](https://thetruths.in/wp-content/uploads/2021/09/Heavy-Rain-Odisha.jpg)
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବଭିନ୍ନ ଜିଲାରେ ବର୍ଷା ଜାରି ରହିଛି । ଆସନ୍ତା ଅଗଷ୍ଟ ୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅଗଷ୍ଟ ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । କିନ୍ତୁ କେତେକ ଜିଲାରେ ୪ ତାରିଖ ଯାଏଁ ବର୍ଷା ଲାଗି ରହିବ । ଆଜି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ସୁନ୍ଦରଗଡ଼, ଝାରସୁଗୁଡା. ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।