ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଅଛନ୍ତି । ଆଜି ରାଜ୍ୟର ମାତ୍ର ୫ଟି ଜିଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୨୫ଟି ଜିଲାରେ କରୋନା ସଂକ୍ରମଣର ସୂଚନା ନାହିଁ । ସମ୍ବଲପୁର ଜିଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସମ୍ବଲପୁର ଜିଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବାବେଳେ ବଲାଙ୍ଗୀରରୁ ୨ଜଣ, କଟକରୁ ୨ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୨ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୪୧୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।