ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏମାର ମଠ ଯାଞ୍ଚ
ପୁରୀ : ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏମାର ମଠ ଯାଞ୍ଚ । ମେଟାଲ ଡିଟେକ୍ଟର ସାହାଯ୍ୟରେ ମଠର ବିଭିନ୍ନ ସ୍ଥାନକୁ ଟିକ୍ନିକ୍ ଯାଞ୍ଚ କରାଯାଉଛି । ମଠ ପରିଚାଳନା ଦାୟିତ୍ୱରେ ଥିବା ଉତ୍ତରପାର୍ଶ୍ୱ ମଠର ମହନ୍ତ ନାରାୟଣ ରାମାନୁଜ ଦାସଙ୍କ ଲିଖିତ ନିବେଦନକୁ ବିଚାର କରି ଏହି ଯାଞ୍ଚ କରାଯାଉଛି। ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗର ସ୍ୱତନ୍ତ୍ର ଟିମ୍ ଯାଞ୍ଚ କାମରେ ନିୟୋଜିତ ଅଛନ୍ତି। ପୁରୀ ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ତହସିଲଦାର, ଏଣ୍ଡାମେଣ୍ଟ ଅଧିକାରୀ ଆଦି ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ଏହି ଯାଞ୍ଚ ପ୍ରକ୍ରିୟା ଚାଲିଛି।
ସେହିପରି ପୂର୍ବରୁ ୫୨୨ ଓ ପରେ ୪୨ଖଣ୍ଡ ରୂପା ଇଟା ଏମାର ମଠରୁ ଜବତ ହୋଇଥିଲା। ଆଜି ପୁନର୍ବାର ପ୍ରଶାସନ ପକ୍ଷରୁ ଏମାରମଠ ଯାଞ୍ଚ କରାଯାଉଛି। ମେଟାଲ ଡିଟେକ୍ଟର ସାହାଯ୍ୟରେ ମଠର ବିଭିନ୍ନ ସ୍ଥାନକୁ ଟିକନିକ ଯାଞ୍ଚ କରାଯାଉଛି। ରାଜ୍ଯ ପ୍ରତ୍ନତତ୍ତ୍ବ ବିଭାଗର ସ୍ବତନ୍ତ୍ର ଟିମ୍ ଯାଞ୍ଚ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଜିଲ୍ଲାପାଳ ସମର୍ଥ ବର୍ମା, ଉପଜିଲ୍ଲାପାଳ ଭବତାରଣ ସାହୁ, ତହସିଲଦାର, ଏଣ୍ଡାମେଣ୍ଟ ଅଧିକାରୀ ଆଦି ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ଚାଲିଛି ଯାଞ୍ଚ। ମଠ ପରିଚାଳନା ଦାୟିତ୍ୱରେ ଥିବା ଉତ୍ତରପାର୍ଶ୍ୱ ମଠର ମହନ୍ତଙ୍କ ନାରାୟଣ ରାମାନୁଜ ଦାସଙ୍କ ଲିଖିତ ନିବେଦନକୁ ବିଚାରକରି ଏହି ଯାଞ୍ଚ କରାଯାଉଛି।