ଖସୁଛି ସଂକ୍ରମଣ, ରାଜ୍ୟରେ ଆଉ ୫ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଶେଷ ପର୍ୟ୍ୟାୟରେ କରୋନା ସଂକ୍ରମଣ । ଫଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହିକ୍ରମରେ ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୪୨ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ଜଣେ ରହିଥିବା ବେଳେ ବଲାଙ୍ଗୀରରୁ ଜଣେ, ଯାଜପୁରରୁ ୨ଜଣ ଓ ସମ୍ବଲପୁର ଜିଲାରୁ ଜଣେ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ସାମ୍ପୁଲ ଟେଷ୍ଟ୍ ହୋଇଛି ।