ହକି ମହାସମର : ଫ୍ରାନ୍ସ-ଆର୍ଜେଣ୍ଟିନା ମ୍ୟାଚ୍ ଡ୍ର
ରାଉରକେଲା : ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯାଉଥିବା ପୁରୁଷ ହକି ବିଶ୍ୱକପରେ ଶୁକ୍ରବାର ଖେଳାଯାଉଥିବା ଦ୍ବିତୀୟ ମ୍ୟାଚ ଡ୍ରରେ ଶେଷ ହୋଇଛି। ଫ୍ରାନ୍ସ ଓ ଆର୍ଜେଣ୍ଟିନା ମଧ୍ୟରେ ଜୋରଦାର ମୁକାବିଲା ହେବା ସହ ଉଭୟ ଦଳର ଖେଳାଳି ଲଢୁଆ ମନୋଭାବ ନେଇ ପଡ଼ିଆକୁ ଓହ୍ଲାଇଥିଲେ। ଉଭୟ ପକ୍ଷରୁ ୫-୫ ଗୋଲ ଦିଆଯାଇଥିବାରୁ ମ୍ୟାଚ୍ ଡ୍ର ହୋଇଥିଲା।
ବିର୍ସା ମୁଣ୍ଡା ଷ୍ଟାଡିୟମରେଆଜିର ମ୍ୟାଚ୍ ଆରମ୍ଭରୁ ଉଭୟ ଦଳ ଆଟାକିଂ ଖେଳ ପଦର୍ଶନ କରିଥିଲେ। ଫ୍ରାନ୍ସ ପକ୍ଷରୁ ଚାର୍ଲେଟ ଭେକ୍ଟର ସର୍ବାଧିକ ୪ଟି ଗୋଲ୍ ଦେଇଥିଲେ। ସେ ୩୫, ୩୭, ୪୮ ଓ ୫୯ ମିନିଟରେ ଗୋଲ ଦେଇଥିଲେ। ତ୍ୟାନେଭେଜ୍ ଇତିନା ୧୦ ମିନିଟରେ ଗୋଲ ଦେଇଥିଲେ। ଆର୍ଜେଣ୍ଟିନାର ଡେଲା ଟୋରି ନିକୋଲାସ ୩୩, ୪୧ ଓ ୫୯ ମିନିଟରେ ଆର୍ଜେଣ୍ଟିନା ପକ୍ଷରୁ ଗୋଲ୍ ଦେଇଥିଲା ବେଳେ ୨ ଓ ୫୦ ମିନିଟରେ କୀନାନ ନିକୋଲାସ ଏବଂ ଫେରିରୋ ମାର୍ଟିନ ଗୋଲ ମାରିଥିଲେ। ଅନ୍ୟପଟେ ବିର୍ସାମୁଣ୍ଡାରେ ଖେଳାଯାଇଥିବା ଆଜିର ଅନ୍ୟ ଏକ ମ୍ୟାଚରେ ଅଷ୍ଟ୍ରେଲିଆ ପୁଣି ଥରେ ବିଶାଳ ବିଜୟ ହାସଲ କରିଥିଲା। କଙ୍ଗାଳୁ ଦଳ ୯-୨ ଗୋଲ୍ରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଥିଲା। ଜୋଭରସ୍ ବ୍ଲେକ୍ ଦଳ ପକ୍ଷରୁ ସର୍ବାଧିକ ୪ଟି ଗୋଲ୍ (୩, ୧୪, ୧୮ ଓ ୧୯) ଦେଇଥିଲେ। ଏଥିରେ ୨ଟି ଫିଲ୍ଡ, ଗୋଟିଏ ପେନାଲ୍ଟି ଗୋଲ ଓ ପେନାଲ୍ଟି ସୁଟ୍ ସାମିଲ ଥିଲା। କ୍ରେଗ୍ ଟମ୍, ହାର୍ଭିଭ ଜେକ୍ ଓ ବିଆଲେ ଡାନିଏଲ୍ ଯାଥାକ୍ରମେ ୯, ୨୧ ଓ ୨୭ ମିନିଟରେ ଫିଲ୍ଡ ଗୋଲ ଦେଇଥିଲେ। ଜବାବରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଆଣ୍ଟୁଲି ନ୍ବକୋବଲି ଏବଂ କକ୍ ତେଭିନ୍ ଯଥାକ୍ରମେ ୭ ଓ ୫୭ ମିନିଟରେ ଫିଲ୍ଡ ଗୋଲ ଦେଇଥିଲେ।