ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ : ଜାଣନ୍ତୁ କ’ଣ ରହିଛି ରେଟ୍
ମୁମ୍ବାଇ : ବୁଧବାର ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୩୬୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୮,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୪୩୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୩୬୦ ଟଙ୍କାରେ ପହଞ୍ଚିଛି । ସୋମବାର ଏହାର ମୂଲ୍ୟ ୪୭,୯୩୦ ଟଙ୍କା ଥିଲା । ସେହିପରି ବୁଧବାର ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ବୁଧବାର ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୮୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୬,୬୪୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ହ୍ରାସ ବୃଦ୍ଧି ରେକର୍ଡ କରାଯାଇଛି । ବୁଧବାର ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ଅନ୍ୟପଟେ ବୁଧବାର ୧୦ ଗ୍ରାମ ସୁନା ଦରରେ ୪୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୭୪୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୮୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୬,୨୦୦ ଟଙ୍କା ଥିଲା । ଭୁବନେଶ୍ୱରରେ ରୁପା ମୂଲ୍ୟ ରେ ବୃଦ୍ଧି ଦେଖାଦେଇଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ବୁଧବାର ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୮୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୬,୬୪୦ ଟଙ୍କା ଥିଲା ।