ପୁଣି ଖସିଲା ସୁନା ଦର, ଜାଣନ୍ତୁ କଣ ରହିଛି ଆଜିର ରେଟ
ନୂଆଦିଲ୍ଲୀ : ସୁନା ମୂଲ୍ୟରେ ରେକର୍ଡ ବୃଦ୍ଧି ରେକର୍ଡ ହେବା ପରେ ବିଗତ ୨ ଦିନ ଧରି ଏଥିରେ ହ୍ରାସ ଘଟିଛି । ଆଜି (ଶନିବାର) ଅର୍ଥାତ ଏପ୍ରିଲ ୮ରେ ମଧ୍ୟ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୮୬୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୮୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୭୯୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୮୦୦ ଟଙ୍କା ଥିଲା ।
ଅନ୍ୟପଟେ ଆଜି (ଶନିବାର) ରୁପା ମୂଲ୍ୟ ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଗତକାଲି ରୁପା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୬୦୦ ଟଙ୍କାରେ ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୬୦ ଟଙ୍କା ରହିଛି । ଯାହା ଗତକାଲି ୭,୬୬୦ ଟଙ୍କା ଥିଲା ।
ଏପ୍ରିଲ ୨୦୨୩ ମାସରେ ସୁନା ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା । ୫ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୨୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟକୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୪୬୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟକୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୩,୩୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି ।
ସୂଚନା ଯେ, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।