Gold-Silver Price : ଶୀଘ୍ର କରନ୍ତୁ, ସୁନା ୮୦୦ ଟଙ୍କା ଓ ରୁପା ୩,୭୮୦ ଟଙ୍କା ମିଳୁଛି ଶସ୍ତା!
ଗତକାଲି ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିବା ପରେ ଆଜି (ଶନିବାର) ଅର୍ଥାତ ଏପ୍ରିଲ ୨୯ରେ ସୁନା ପରି ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୯୩୦ ଟଙ୍କାକୁ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୮୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୮୫୦ ଟଙ୍କାକୁ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୭୫୦ ଟଙ୍କା ଥିଲା ।
ସେପଟେ ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୨୦୦ ଟଙ୍କାକୁ ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୨୦ ଟଙ୍କା ରହିଛି । ଯାହା ଗତକାଲି ୭,୬୨୦ ଟଙ୍କା ଥିଲା ।
ଏପ୍ରିଲ ୨୦୨୩ ମାସରେ ସୁନା ସର୍ବକାଳୀନ ଉଚ୍ଚ ଦରରେ ପହଞ୍ଚିଥିଲା । ୧୪ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୮୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହି ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟକୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୩,୭୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି ।
ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।