ଖୁସି ଖବର! ଖସିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ଦର

ନୂଆଦିଲ୍ଲୀ : ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ୧୦ ଗ୍ରାମ ପିଛା ୬୦ ହଜାର ପାର୍ କରିଛି ୨୨ କ୍ୟାରେଟ୍ ସୁନା ମୂଲ୍ୟ। ଗତ କିଛି ଦିନ ହେବ ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ଗ୍ରାମ ପିଛା ୨୦ ଟଙ୍କା ହ୍ରାସ ଘଟିଥିବା ଦେଖିବାକୁ ମିଳିଛି, ଯାହାକି ଆଦୌ ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇନାହିଁ। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୬,୫୦୦ ଟଙ୍କା ରହିଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୨,୫୫୦ ଟଙ୍କା ରହିଛି।
ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୬,୫୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୫୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୪,୪୧୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୬,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୭୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୪,୪୧୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।
ସେହିପରି ଦକ୍ଷୀଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬୭,୭୧୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୩,୨୭୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୫,୪୯୬ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬୭,୬୬୫ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୫୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୯,୫୭୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬୬,୫୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୫୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୪,୪୧୦ ଟଙ୍କା ରହିଛି ।