ଖୁସି ଖବର ! ରାଜ୍ୟରେ ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର : ରାଜ୍ୟରେ ଶିକ୍ଷକ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ୱେବସାଇଟ୍ରେ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍ରେ ଶିକ୍ଷକ ପଦବୀ ପାଇଁ ଆସନ୍ତା ୧୩ ତାରିଖରୁ ଆବେଦନ କରିପାରିବେ । ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ ।
ତେବେ କିଛି ବର୍ଷ ବ୍ୟବଧାନରେ ବ୍ୟାପକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବ । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ । ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍ଲାଇନ୍ରେ କରାଯିବ ।
ଏହି ବ୍ୟାପକ ନିଯୁକ୍ତି ପ୍ରକ୍ରିୟା ଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ । ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍ଲାଇନରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ ।
ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲା ଅନୁସାରେ ଜିଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପା ୱେବସାଇଟ୍ରେ ନିଯୁକ୍ତି ସମ୍ବନ୍ଧୀତ ସମସ୍ତ ତଥ୍ୟ ପ୍ରଦାନ କରାଯିବ । ଅନଲାଇନରେ ଆବେଦନ ପ୍ରକ୍ରିୟାରେ ସମସ୍ୟା ହେଲେ ହେଲ୍ପଡେସ୍କ୍ ନମ୍ବର ୭୩୫୩୯୨୭୭୭୯ରେ ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ।
https://osepa.odisha.gov.inରେ ଆଶାୟୀମାନେ ଆବେଦନ କରିବେ :
ସଂପୂର୍ଣ୍ଣ ଅନଲାଇନରେ ହେବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା। ଓସେପାର ୱେବସାଇଟ୍ (https://osepa.odisha.gov.in) ରେ ଆଶାୟୀମାନେ ଆବେଦନ କରିବେ । ଏହା ବ୍ୟତୀତ ଅନ୍ୟକୌଣସି ମାଧ୍ୟମରେ ଆବେଦନକୁ ସ୍ୱୀକାର କରାଯିବ ନାହିଁ । ଆଶାୟୀମାନେ ଉପଯୁକ୍ତ ଇମେଲ୍ ଆଇଡି ଏବଂ ମୋବାଇଲ୍ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ । ଏହା ପରେ ଆବଶ୍ୟକ ତଥ୍ୟ ଅପଲୋଡ୍ କରି ଆବେଦନ କରିବେ ।
ସୂଚନା ଯେ, କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି ।