ବିଧାନସଭା ପରିସରରେ ପୂର୍ବତନମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କୁ ଗାର୍ଡ ଅଫ ଅନର
ଭୁବନେଶ୍ୱର : ଓଡ଼ିଶା ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡ଼ି ନେତା ବିଜୟଶ୍ରୀ ରାଉତରାୟଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ବାତସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ସମେତ ବହୁ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ଦିଆ ଗଲା ପରେ ତାଙ୍କ ମରଶରୀରକୁ ଜନ୍ମମାଟି ଭଦ୍ରକ ଜିଲ୍ଲା ବାସୁଦେବପୁରକୁ ନିଆଯାଇଛି । ସେଠାରେ ତାଙ୍କ ମରଶରୀରକୁ ସାରାଧଣ ଲୋକଙ୍କ ଶେଷ ଦର୍ଶନ ପାଇଁ ରଖାଯିବ ବୋଲି ସୂଚନା ଦିଆ ଯାଇଛି ।
ଉଲ୍ଲେଖନୀୟ ଯେ ଗତକାଲି ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଥିଲା । ମେ’ ପ୍ରଥମ ସପ୍ତାହରେ ଶ୍ରୀ ରାଉତରାୟ କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହୋଇଥିଲେ । ଚିକିତ୍ସା ପରେ ସେ କରୋନାରୁ ମୁକ୍ତ ହୋଇଥିଲେ । କିନ୍ତୁ କରୋନା ପରବର୍ତୀ ଜଟିଳତା ଯୋଗୁ ଏକ ଡାକ୍ତରୀ ଦଳ ତତ୍ୱାବଧାନରେ ତାଙ୍କର ଚିକିତ୍ସା ଜାରି ରହିଥିଲା ଏବଂ ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।