ଆଜିଠାରୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ, ୫ ଜିଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର : ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ୫ ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି ।
ଆଜି ମଧ୍ୟାହ୍ନ ସୁଦ୍ଧା ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ୯ ତାରିଖରେରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡା, ୧୦ରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲାରେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ରୋଗୀ, ବୟସ୍କ ଏବଂ ଶିଶୁଙ୍କୁ ଖରା ସଂସ୍ପର୍ଶରେ ଆସିବାକୁ ବାରଣ କରାଯାଇଛି । ସେପଟେ ଦକ୍ଷିଣ ଓ ଉପକୂଳ ଓଡିଶାରେ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଜୁନ ୧୧ ତାରିଖରେ ୧୪ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମପ୍ରବାହ ପାଇଁ ଜିଲାପାଳଙ୍କୁ ଏସଆରସିଙ୍କ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।