ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ!
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ରହିଛି। ଏହି ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଆଦି ଜିଲାରେ ବଜ୍ରପାତ ଆଶଙ୍କା ରହିଛି। ଏଥିସହିତ ୨୬ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ବି କରାଯାଇଛି। ଏବେ ସୁଦ୍ଧା ଚାନ୍ଦବାଲିରେ ୩୪.୮ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।