ଆଜି ଏହି ସବୁ ଜିଲାରେ ପ୍ରବଳ ଛେଚିବ ବର୍ଷା, ୭ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି
![](https://thetruths.in/wp-content/uploads/2021/12/Heavy-Rain-3-1024x576.jpg)
ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ମୌସୁମୀ ସକ୍ରିୟ ଥିବା ପଛକୁ ପଛ ଆସୁଛି ଗୋଟିଏ ପରେ ଗୋଟିଏ ଲଘୁଚାପ। ଗତ କିଛି ଦିନ ହେଲାଣୀ ରାଜ୍ୟରେ ବର୍ଷାର ବିତ୍ପାତ ଦେଖିବାକୁ ମିଳୁଛି । କାହିଁକିନା ଏବେ ଉତ୍ତର- ଓଡିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ରାଜ୍ୟରେ ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା ଜାରି ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ୩୦ରୁ ତାରିଖରୁ ବର୍ଷାର ପରିମାଣ ବଢିଛି। ଏନେଇ କିଛି ଜିଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ପାଣିପାଗ ବିଭାଗର ତାଜା ଅପଡେଟ୍ ଅନୁସାରେ, ଆଜି ସାତୋଟି ଜିଲାରେ ପ୍ରବଳ ବର୍ଷା ନେଇ ଅରଞ୍ଜ ଆଲର୍ଟ ଜାରି କରାଯାଇଛି । ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ,ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କନ୍ଧମାଳ । ସେହିପରି ଆସନ୍ତା ୧ ତାରିଖରେ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଅନୁଗୁଳ, ବରଗଡ଼, ସମ୍ବଲପୁର, ବଲାଙ୍ଗିର, କଳାହାଣ୍ଡି, ଯାଜପୁର ଏବଂ ଭଦ୍ରକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସବୁ ଜିଲା ଗୁଡିକରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ସୂଚନା ଥାଉ କି, ରାଜ୍ୟରେ ପାଗ ମେଘୁଆ ରହିଥିବା ବେଳେ କିଛି ସ୍ଥାନରେ ବର୍ଷା ଜାରି ରହିଛି । ରାଜ୍ୟରେ ଆସନ୍ତା ୨ ତାରିଖ ଯାଏଁ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେପଟେ, ଜୁଲାଇ ମାସରେ ରାଜ୍ୟରେ ଭଲ ବର୍ଷା ହୋଇଥିବା ବର୍ଷା ଚାଷ କାର୍ଯ୍ୟ ପାଇଁ ଅନୁକୂଳ ହୋଇଛି । ଗତ ୨୦୧୮ ମସିହା ଜୁଲାଇ ମାସରେ ଗୋଟିଏ ଅବପାତ, ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଓ ଗୋଟିଏ ଲଘୁଚାପ ସୃଷ୍ଟି ହୋଇଥିଲା । ସେହିବର୍ଷ ଜୁଲାଇରେ ୪୩୪.୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଏହା ସ୍ବାଭାବିକଠାରୁ ୨୯% ଅଧିକ ଥିଲା । ସେହିପରି ୨୦୧୯ ମସିହାରେ ରାଜ୍ୟରେ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଓ ୩ଟି ଲଘୁଚାପ ସୃଷ୍ଟି ହୋଇଥିଲା । ସେହି ବର୍ଷ ରାଜ୍ୟରେ ୩୦୦.୩ ମିମି ବର୍ଷା ହୋଇଥିଲା । ଯାହାକି ସ୍ବାଭାବିକଠାରୁ ୨୯% କମ୍ ଥିଲା । ମାତ୍ର ୨୨୪.୮ ମିମି ବର୍ଷା ସହ ୩୫ ପ୍ରତିଶତ କମ୍ ବର୍ଷା ସେହିବର୍ଷ ରାଜ୍ୟରେ ମରୁଡି ପରିସ୍ଥିତି ସୃଷ୍ଟି କରିଥିଲା । ୨୦୧୧ ମସିହାରେ ଗୋଟିଏ ଲଘୁଚାପ ଓ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ଯାହା ମଧ୍ଯ ଅନୁରୂପ ଭାବେ ଜୁଲାଇରେ ନିଅଣ୍ଟିଆ ବର୍ଷା ସ୍ଥିତି ସୃଷ୍ଟି କରିଥିଲା ।