ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦୁଇଟି ଜିଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି
![](https://thetruths.in/wp-content/uploads/2021/09/Heavy-Rain-3.jpg)
ଭୁବନେଶ୍ୱର : ଚଳିତ ମାସରେ ବଙ୍ଗୋପସାଗରରେ ଲଗାତାର ଲଘୁଚାପ ସୃଷ୍ଟି ହେବାରେ ଲାଗିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଦୁଇଟି ଜିଲା ହେଲା କୋରାପୁଟ ଓ ନବରଙ୍ଗପୁର। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହି ଦୁଇଟି ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ମୟୂରଭଞ୍ଜ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସହିତ ଳବୈଶାଖୀ ଆଶଙ୍କା ରହିଛି।
ସେହିପରି ଆସନ୍ତା ୨୪ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ୨୬ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ କେନ୍ଦ୍ର ସତର୍କ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏଯାବତ ତାଳଚେରରେ ସର୍ବାଧିକ ୩୩.୮ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ମାଲକାନଗିରିରେ ୨୦.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।