୧୭ରୁ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ୱର : ଆସନ୍ତା ୧୭ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବା ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ।
ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଏବେ ଛତିଶଗଡ଼ ଓ ଆଖପାଖରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାର ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ଆଜି ବି ପ୍ରବଳ ବର୍ଷା ହେବ । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ ବର୍ଷା କମ୍ ରହିବ ବୋଲି ଉମାଶଙ୍କର ଦାସ କହିଛନ୍ତି।