ରାଜ୍ୟରେ ଖସୁଛି ସଂକ୍ରମଣ, ଆଉ ୪୦ ସଂକ୍ରମିତ ଚିହ୍ନଟ
![](https://thetruths.in/wp-content/uploads/2022/04/Odisha-Corona-1-1024x562.jpeg)
ଭୁବନେଶ୍ୱର : ରାଜ୍ୟରେ ଶେଷ ପର୍ୟ୍ୟାୟରେ କରୋନା ସଂକ୍ରମଣ । ଫଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହିକ୍ରମରେ ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ କ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୨ଜଣ ଥିବାବେଳେ ବାଲେଶ୍ୱରରୁ ଜଣେ, ଗଜପତିରୁ ୨ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୩ଜଣ, ମୟୁରଭଞ୍ଜରୁ ୩ଜଣ, ସମ୍ବଲପୁରରୁ ୫ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୧୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୩୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।