ରାଜ୍ୟରେ ସଂକ୍ରମଣ ତଳମୁହାଁ : ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣର ତଳମୁହାଁ ଧାରା ଜାରି ରହିଛି । ଫଳରେ ଦୈନିକ ସଂକ୍ରମଣ ମାମଲା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଶହେ ତଳକୁ ଖସି ଆସିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ୨ଜଣ ଥିବାବେଳେ ବରଗଡ଼ରୁ ଜଣେ, ବୌଦ୍ଧରୁ ଜଣେ, ଗଜପତିରୁ ୮ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୬ଜଣ, ମୟୁରଭଞ୍ଜରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୪ଜଣ ଓ ରାଜ୍ୟ ପୁଲ୍ରୁ ଜଣେ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୬୭୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୩୫୩୫୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।