ପିଲାଙ୍କୁ ଟିକାକରଣ ପାଇଁ ଭିତିଭୂମି ପ୍ରସ୍ତୁତ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର : ରାଜ୍ୟରେ ବର୍ତମାନ ସୁଦ୍ଧା କୌଣସି ବିଦେଶ ଫେରନ୍ତା ପଜିଟିଭ ବାହାରିନାହାନ୍ତି । ଛଅ ବିଦେଶ ଫେରନ୍ତା ପଜିଟିଭ ବାହାରିଥିବା ନେଇ ଯେଉଁ ଖବର ଆସୁଛି, ତାହାର ତର୍ଜମା କରାଯାଉଛି । ସଂଧ୍ୟା ସୁଦ୍ଧା ଏନେଇ ସ୍ପଷ୍ଟ କରାଯିବ । ଆଟ୍ ରିସ୍କ କଂଟ୍ରି ଫେରନ୍ତାଙ୍କୁ ଠାବ କରିବାକୁ ଜିଲ୍ଲାସ୍ତରରେ ମାଇକ୍ରୋ ଲେଭଲରେ ପ୍ରଚେଷ୍ଟା ଜାରି ରହିଛି । ଆମେ ନିଶ୍ଚିତ ସମସ୍ତଙ୍କୁ ଖୋଜି ବାହାର କରିବୁ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।
ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ କହିଛନ୍ତି, ଓମିକ୍ରନ ସଂକ୍ରମିତଙ୍କ ସ୍ୱଳ୍ପ ଲକ୍ଷଣ ଦେଖାଯାଉଛି । ଏଯାଏଁ କାହାରି ମୃତ୍ୟୁ ହୋଇନି । ଟିକା କାମ କରୁଛି ବୋଲି ସବୁ ବିଶେଷଜ୍ଞ ମତ ଦେଉଛନ୍ତି । ବର୍ତମାନ ସୁଦ୍ଧା ଯାହା ତଥ୍ୟ ଆସିଛି, ଓମିକ୍ରନକୁ ଡରିଲା ଭଳି ନୁହେଁ । ୧୮ ବର୍ଷରୁ କମ ପିଲାଙ୍କ ଟିକାକରଣ ଲାଗି କୌଣସି ନିର୍ଦେଶ ଆସିନି । ଯଦି ନିର୍ଦେଶ ଆସିବ, ଆମର ଭିତିଭୂମି ପ୍ରସ୍ତୁତ ରହିଛି । ଟିକା ବି ଅଛି ।