ଆଜି ଠାରୁ ୩ ଦିନ ରାଜ୍ୟରେ ବର୍ଷା
![](https://thetruths.in/wp-content/uploads/2022/08/Rain.jpg)
ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ। ଯାହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷା ହେବ। ମଙ୍ଗଳବାରଠୁ ୩ ଦିନ ଧରି ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡିଶା ସମେତ ଅନ୍ୟ ଜିଲ୍ଲାରେ ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ସହ ୧୭ ଜିଲାରେ ବଜ୍ରପାତ ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।
୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ-ଆଭ୍ୟନ୍ତରୀଣ ଜିଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି । ଏଥିନେଇ ସମ୍ଭାବିତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବିତ ଜିଲାମାନଙ୍କ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲା ସାମିଲ ରହିଛି । ଯେଉଁଠି ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।