ଝାରସୁଗୁଡ଼ା ଉପ-ନିର୍ବାଚନ, ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ
ଝାରସୁଗୁଡ଼ା : ଝାରସୁଗୁଡ଼ା ଉପ-ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ଦଳର ତୁଙ୍ଗନେତାଙ୍କ ଗହଣରେ ସକାଳ ୧୦ ଟାରେ ମନମୋହନ ଏମଇ ସ୍କୁଲ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ଉପ-ଜିଲାପାଳଙ୍କ ଅଫିସରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିବେ। ତେବେ ଏହି ଶୋଭାଯାତ୍ରାରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି କନକବର୍ଦ୍ଧନ ସିଂହଦେଓ, ବସନ୍ତ ପଣ୍ଡା, ସମୀର ମହାନ୍ତି, ସାଂସଦ ସୁରେଶ ପୂଜାରୀ, ଜୁଏଲ ଓରାମ୍ ଙ୍କକ ସହ ଦଳର ଅନେକ ବିଧାୟକ ଓ ଛାମୁଆ ସଂଗଠନ ର ନେତା ସାମିଲ ହେବେ।
ସୂଚନା ଯେ, ଗତ ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ପତ୍ର ଦାଖଲ କରି ସାରିଛନ୍ତି । ସେହହିପରି ଆସନ୍ତା ମଙ୍ଗଳବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନ ପତ୍ର ଦାଖଲ କରିବେ।