କଣ୍ଟାବାଂଜିରେ ଇତିହାସ ରଚିଲେ ଲକ୍ଷ୍ମଣ ବାଗ, ୨୪ ବର୍ଷ ପରେ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ଆସିଛି। ବର୍ତ୍ତମାନ ସୁଦ୍ଧା ଗଣତି ଚାଲିଥିଲେ ମଧ୍ୟ ଯାହା ସ୍ଥିତି ଆସିଛି ତାହା କେହି କେବେ ଭାବି ନ ଥିଲେ। ଏତେ ସଂଖ୍ୟାରେ ବିଜେପି ବିଧାୟକ ପ୍ରାର୍ଥୀ ବିଜୟ ଲାଭ କରିବେ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି।
ଗତ ଏପ୍ରିଲ ୧୯ରେ ଆରମ୍ଭ ହୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁୁ ମାଡି ଚାଲିଥିଲା । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଥିଲା । ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ବଢି ଚାଲିଥିଲା । ଏହାରି ଭିତରେ କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ଦୁଇଟି ସ୍ଥାନରୁ ପ୍ରାର୍ଥୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । କଣ୍ଟାବାଂଜି ଓ ହିଞ୍ଜିଳିରୁ ପ୍ରାର୍ଥୀ ହୋଇଛନ୍ତି ନବୀନ । କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜିତ ହୋଇଥିୃବା ସୂଚନା ମିଳିଛି ।