ବାତ୍ୟାର ରୂପ ନେଇପାରେ ଲଘୁଚାପ, ସତର୍କ କରାଇଲା ଆଇଏମଡି
![](https://thetruths.in/wp-content/uploads/2021/11/Light-Pressure-1-1024x576.jpg)
ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ନେଇପାରେ ବାତ୍ୟାର ରୂପ । ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । ସୋମବାର ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟା ପରେ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଆଇଏମଡି । ଯଦି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୁଏ ତେବେ ବାତ୍ୟାର ନାମ ‘ଜୱାଦ’ ରଖାଯିବ ।
ତେବେ ବାତ୍ୟା ‘ଜୱାଦ’ ଓଡିଶା-ବାଂଲାଦେଶ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବାରୁ ସତର୍କ କରାଇଛି ପାଣିପାଗ ବିଭାଗ । ଯଦି ସମ୍ଭାବ୍ୟ ବାତ୍ୟା ହୁଏ ତେବେ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ଡିସେମ୍ବର ୨ ରୁ ୩ ତାରିଖ ମଧ୍ୟରେ ବର୍ଷା ଆରମ୍ଭ ହୋଇଯିବ । ଆସନ୍ତା ୪ କିମ୍ବା ୫ ମଧ୍ୟରେ ବଙ୍ଗୋପସାଗର ଉପକୂଳ ଛୁଇଁବ । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ବାରଣ କରାଯାଇଛି । ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଦିଗ ଏବଂ ରୂପରେଖ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ କହିଛି । ଅନ୍ୟପଟେ ‘ଜୱାଦ’ ଅଧିକ ଶକ୍ତିଶାଳୀ ହୋଇପାରେ ବୋଲି ବିଭିନ୍ନ ସଂସ୍ଥା ଆକଳନ କରୁଛନ୍ତି ।