ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩ ଯାଏଁ ବର୍ଷା
![](https://thetruths.in/wp-content/uploads/2023/09/Low-Pressure-formed-in-the-Bay-of-Bengal.jpg)
ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ନେବ ଏହା ସୁଦୃଶ୍ୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଲଘୁଚାପ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ । ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି। ରାଜ୍ୟରେ ଅକ୍ଟୋବର ୩ ତାରିଖ ଯାଏଁ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।