ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆଜିଠୁ ବିଭିନ୍ନ ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା
![](https://thetruths.in/wp-content/uploads/2021/12/Another-Low-Pressure-area-in-Bay-of-Bengal.jpg)
୪୮ ଘଣ୍ଟାରେ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ
ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।
ଆସନ୍ତାକାଲିଠୁ ୧୨ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଅତିପ୍ରବଳ ବର୍ଷା ପ୍ରଭାବରେ ଉକ୍ତ ଜିଲ୍ଲାଗୁଡ଼ିକରେ ପାହାଡ଼ ଧସିବା ସହ ତଳିଆ ଅଞ୍ଚଳରେ ପାଣି ଜମିବା, କଚ୍ଚା ରାସ୍ତା ଓ ଘର ଭାଙ୍ଗିବା ପରି ସମସ୍ୟା ଉପୁଜିପାରେ । ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।