ରାଷ୍ଟ୍ରପତିଙ୍କୁ ଭେଟିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ସରକାର ପରିବର୍ତ୍ତନ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପ-ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଦିଲ୍ଲୀ ପହଞ୍ଚିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଉଭୟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭେଟିଛନ୍ତି । ଏନେଇ ରାଷ୍ଟ୍ରପତି ଭବନ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଏଥିସହିତ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ନେି ସୂଚନା ମିଳିଛି ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ । ଶାହଙ୍କ ବ୍ୟତୀତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ମଧ୍ୟ ଭେଟିଥିବା ଜଣାପଡ଼ିଛି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ସଭିଙ୍କୁ ମୂର୍ତ୍ତି ଭେଟିଛନ୍ତି ।