ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ, ଅପରାହ୍ନ ୪ଟା ସୁଦ୍ଧା ମିଳିବ ଡିଜିଟାଲ ସାର୍ଟିଫିକେଟ
ଭୁବନେଶ୍ବର : ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ରବିବାର ସକାଳ ସାଢ଼େ ୧୦ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ । ସକାଳ ୧୧ଟା ୩୦ ସୁଦ୍ଧା bseodisha.ac.in ୱେବସାଇଟ୍ରେ ମାଟ୍ରିକ ପରୀକ୍ଷା ଫଳ ଉପଲବ୍ଧ ହେବ । ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସ୍ଏମ୍ଏସ୍ରେ ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ । ସେହିପରି ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିହେବ ।
ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ଵାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଦିନ ସାଢେ ୧୦ଟାରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ ହେବ । ପୂର୍ବାହ୍ନ ସାଢେ ୧୧ଟାରେ ବୋର୍ଡ ୱେବସାଇଟ www.bseodisha.ac.inରେ ପରୀକ୍ଷା ଫଳ ଉପଲବ୍ଧ ହେବ । ଇଣ୍ଟରନେଟ୍ ସୁବିଧା ନଥିଲେ ଛାତ୍ରଛାତ୍ରୀମାନେ ଏସଏମଏସ୍ ଜରିଆରେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ। ଛାତ୍ରଛାତ୍ରୀମାନେ ମୋବାଇଲରୁ ଓଆର-୧୦ ଏବଂ ନିଜ ରୋଲ ନମ୍ବରକୁ ଟାଇପ କରି ୫୬୭୬୭୫୦ ନମ୍ବରକୁ ପଠାଇଲେ ପରୀକ୍ଷା ଫଳ ଜାଣିପାରିବେ।
ଅପରାହ୍ନ ୪ଟା ବେଳେ ଛାତ୍ରଛାତ୍ରୀମାନେ ନିଜ ନିଜର ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିପାରିବେ। ଏହା ବୋର୍ଡ ୱେବସାଇଟରେ ଉପଲବ୍ଧ ହେବ। ସେହିପରି BSE/Hi ଟାଇପ୍ କରି ୭୭୧୦୦୫୮୧୯୨ରେ ହ୍ଵାଟ୍ସଆପ କରି ମଧ୍ୟ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିହେବ। ପରୀକ୍ଷାଫଳ ନେଇ ଛାତ୍ରଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଲେ ସେମାନେ ବୋର୍ଡ ପକ୍ଷରୁ କରାଯାଇଥିବା କଣ୍ଟ୍ରୋଲ ରୁମକୁ ଯୋଗାଯୋଗ କରିପାରିବେ। ଏଥିପାଇଁ ‘୮୭୬୩୪୪୬୨୯୨’ ଓ ‘୯୪୩୭୨୨୮୧୮୭’ ନମ୍ବରରେ ଫୋନ କଲେ ସେମାନଙ୍କୁ ସହଯୋଗ କରାଯିବ। ଓଡ଼ିଶାରେ ଏବର୍ଷ ଫେବ୍ରୁଆରି ୧୬ରୁ ମାର୍ଚ୍ଚ ୪ ତାରିଖ ଯାଏଁ ମାଟ୍ରିକ ପରୀକ୍ଷା ହୋଇଥିଲା ।
ସୂଚନା ଯେ, ଚଳିତବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ ।