କୋଭିଡ୍-୧୯ ପରିଚାଳନାରେ ଭାରତର ୧ ନମ୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ନମ୍ବର ୱାନ୍ । ଇଣ୍ଡିଆ ଟୁଡେ ଦ୍ୱାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ ସର୍ଭେରେ ଦେଶରେ କୋଭିଡ୍-୧୯ ପରିଚାଳନାରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ହୋଇଛନ୍ତି ନବୀନ ପଟ୍ଟନାୟକ । ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ସେହିପରି ଏହି ସର୍ଭେରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ଦ୍ଵିତୀୟରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଓ ତାଙ୍କ ପରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ରହିଛନ୍ତି ।
ଏନେଇ ବିଜେଡି ସାଂସଦ ଅମର ପଟ୍ଟନାୟକ କହିଛନ୍ତି ଯେ, ଏଥିରେ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, ଏହା ବାସ୍ତବରେ ସତ । ଦାରିଦ୍ର୍ୟ ଦୂରୀକରଣ ହେଉ କି ମହିଳା ସଶକ୍ତିକରଣ କିମ୍ବା ବିପର୍ଯ୍ୟୟ ପରିଚାଳନା, ସବୁଥିରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ରେକର୍ଡ, ସବୁଥିଲେ ସେ ଶୀର୍ଷରେ ।