ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ସରପଞ୍ଚ ଓ ସମିତି ସଭ୍ୟ ପାଇଁ ପଞ୍ଚାୟତ କାର୍ଯ୍ୟାଳୟରେ ଏବଂ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇଛି । ପଞ୍ଚାୟତ ନିର୍ବାଚନ ପାଇଁ ଚଳିତ ମାସ ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ ।
୨୨ ତାରିଖରେ ମନୋନୟନ ପତ୍ର ଯାଞ୍ଚ ହେବ । ଜାନୁଆରି ୨୫ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଫେବ୍ରୁଆରି ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ୫ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଟିତ ହେବ । ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନର ବ୍ୟବଧାନ ରହିବ । ସେହିଭଳି ଫେବ୍ରୁଆରି ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ଯ୍ୟାୟରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ପଞ୍ଚାୟତ ନିର୍ବାଚନ ପାଇଁ ଗତକାଲି ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ କୋଭିଡ୍ ଗାଇଡଲାଇନ୍ ଜାରି ହୋଇଥିଲା । ଏହି ଗାଇଡଲାଇନ ମାନି ସମସ୍ତ ପ୍ରାର୍ଥୀ ପ୍ରଚାର କରିବା ସହ ମତଦାନ ପ୍ରକ୍ରିୟା ଅନୁଷ୍ଟିତ ହେବ ବୋଲି ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।