ବିଧାନସଭାର ବଜେଟ ଅଧିବେଶନ : ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ
ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେଶନ। ଆଜି ଗୃହର ଦିବଙ୍ଗତ ନେତା ଓ କୋଭିଡ ଯୋଧ୍ୟାଙ୍କ ଉଦ୍ଦେଶ୍ୟରେ ବିଧାନସଭାରେ ଆଗତ ହେଲା ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଣିଲେ ଶୋକ ପ୍ରସ୍ତାବ ।
ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ, ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀ ଏବଂ ଅନ୍ୟ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ । ସେପଟେ ଏହି ଶୋକ ପ୍ରସ୍ତାବକୁ ସମର୍ଥନ ଦେଇଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠି ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।