ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ, ୧୨ଟି ପ୍ରସ୍ତାବରେ ଲାଗିଲା ମୋହର
ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍, ପିଛିଲା ଭାବେ ଜାନୁଆରୀ ୧ରୁ ହେବ ଲାଗୁ
ଭୁବନେଶ୍ୱର : ସରିଲା ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ଏଥିରେ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବାର ଜଣାପଡିଛି ।
ଲୋକସେବା ଭବନରେ ଶନିବାର ଦିନ ବସିଥିଲା ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିଥିବା ବେଳେ ବୈଠକରେ ସମସ୍ତ ବିଭାଗୀୟ ମନ୍ତ୍ରୀ ଓ ସଚିବ ଯୋଗଦେଇଥିଲେ । ଏହି ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ପ୍ରସ୍ତାବ ମଧ୍ୟରେ ବଢ଼ିଛି ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁ ହେବ ବୋଲି ସୂଚନା ମିଳିଛି।