ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡ଼ିଶା
- କରୋନା ସ୍ଥିତି ନେଇ ଫୋନ୍ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଦେଶରେ କରୋନା ସ୍ଥିତି ନେଇ ଫୋନ୍ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମୁକାବିଲାରେ ଓଡ଼ିଶା ସବୁ ପ୍ରକାର ସହଯୋଗ କରିବା ପାଇଁ ପ୍ରସ୍ତୁତ । ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡ଼ିଶା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ।
CM @Naveen_Odisha spoke to PM @narendramodi over phone & discussed #COVID19 situation in the country. CM said it is a war-like situation & #Odisha will extend all cooperation at the national level including ramping up oxygen production to assist other states in this emergency.
— CMO Odisha (@CMO_Odisha) April 22, 2021
ବର୍ତ୍ତମାନ ଦେଶର ଅନେକ ରାଜ୍ୟରେ କରୋନା ସଂକ୍ରମିତଙ୍କ ପାଇଁ ମେଡିକାଲରେ ଅକ୍ସିଜେନ୍ର ଅଭାବ ଦେଖାଦେଇଛି । ଗତ ଏକ ସପ୍ତାହ ମଧ୍ୟରେ ହସ୍ପିଟାଲରେ ଅକ୍ସିଜେନ୍ ସିଲିଣ୍ଡରର ଅଭାବ ଦେଖାଦେଇଛି । ଦୈନିକ ଅକ୍ସିଜେନ୍ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ନେଇ ଖବର ଆସିବାରେ ଲାଗିଛି । ଏଭଳି ସ୍ଥିତିରେ ଓଡ଼ିଶା ସରକାର ସାରା ଦେଶକୁ ସହଯୋଗ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି । ଦେଶରେ ଏଭଳି ଅକ୍ସିଜେନ ସଙ୍କଟ ବେଳେ ଦିଲ୍ଲୀରେ ଯେଉଁ ଅକ୍ସିଜେନ୍ ଅଭାବ ଦେଖାଦେଇଛି ତାର କିଛି ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓଡ଼ିଶାରୁ ଅକ୍ସିଜେନ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି । ଓଡ଼ିଶା ଦିଲ୍ଲୀକୁ ଅକ୍ସିଜେନ ଯୋଗାଇ ଦେବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ସ୍ପଷ୍ଟ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ।