ଲଗାତର ୧୮ ଦିନ ହେବ ଦେଶରେ ତୈଳ ଦର ସ୍ଥିର, ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ନୂଆଦିଲ୍ଲୀ : ପେଟ୍ରୋଲ ଓ ଡିଜେଲର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ସୋମବାର ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଆଜି ମଧ୍ୟ ତୈଳ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ୧୮ ଦିନ ହେବ ଦେଶରେ ତୈଳ ଦର ସ୍ଥିର ରହିଛି । ସେପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ଦେଖିବାକୁ ମିଳୁନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ ଅନୁଯାୟୀ ସୋମବାର ଦିଲ୍ଲୀରେ ପେଟ୍ରୋଲ ୧୦୩.୯୭ ଟଙ୍କା ଓ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
ସୂଚନା ଯେ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ । ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୩.୯୭ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୯.୯୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୪.୬୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୪୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୮୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୦.୫୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୬.୬୪ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୬.୨୬ ଓ ତିଭେନ୍ଦ୍ରମରେ ୧୦୬.୦୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୯୫.୨୮ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୯୫.୭୨ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୯୫.୩୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୯୪.୨୩ ଓ ହାଇଦ୍ରାବାଦରେ ୧୦୮.୨୦ ଟଙ୍କା ରହିଛି । ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୧୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୯.୭୯ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୧.୪୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୧.୬୨ ଟଙ୍କା ଦରରେ ବିକ୍ରି ହେଉଛି । ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଆଇଏସପି ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ଆଇଓସିଏଲ ୱେବସାଇଟରୁ ପାଇବେ ।