୪ର୍ଥ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ

ନୂଆଦିଲ୍ଲୀ : ଦେଶରେ ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢିବାରେ ଲାଗିଛି । ଏହାକୁ ନେଇ ବିରୋଧୀଙ୍କ ଠାରୁ ଜନସାଧାରଣ ବିଭିନ୍ନ ପ୍ରକାରର ପ୍ରତିବାଦ କରିଥିଲେ ହେଁ କମିବାର ନାଁ ନେଉନି । ଏହାରି ମଧ୍ୟରେ କ୍ରମାଗତ ୪ର୍ଥ ଦିନ ପାଇଁ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।
ଇଣ୍ଡିଆଲ ଅଏଲ ପକ୍ଷରୁ ଜାରି ଦର ତାଲିକା ଅନୁସାରେ ଦିଲ୍ଲୀରେ ଏବେ ପେଟ୍ରୋଲ ଲିଟର ପିଛା ଟ. ୧୦୧.୮୪ ଓ ଡିଜେଲ ଲିଟର ପିଛା ୮୯.୮୭ରେ ବିକ୍ରି ହେଉଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଟ.୧୦୭.୮୩ ଓ ଡିଜେଲ ଲିଟର ପିଛା ୯୭.୪୫ରେ ବିକ୍ରି ହେଉଛି । ଦେଶର ୪ଟି ମହାନଗର ମଧ୍ୟରୁ ମୁମ୍ବାଇରେ ପେଟ୍ରୋଲ ଦର ସର୍ବାଧିକ ରହିଛି । ଅନ୍ୟପକ୍ଷରେ ଓଡ଼ିଶାର ଭୁବନେଶ୍ବରରେ ପେଟ୍ରୋଲ ଲିଟର ପିଛା ଟ.୧୦୨.୬୬ ରେ ଓ ଡିଜେଲ ଟ. ୯୭.୯୫ରେ ବିକ୍ରିହେଉଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ପରିଲକ୍ଷିତ ହେଉଛି । ଓଡ଼ିଶାର ମାଲକାନଗିରିରେ ପେଟ୍ରୋଲ ଟ.୧୦୭.୭୩ ଓ ଡିଜେଲ ଟ. ୧୦୨.୮୬ ରେ ବିକ୍ରି ହେଉଛି । ସେହିପରି ସମ୍ବଲପୁରରେ ପେଟ୍ରୋଲ ଟ. ୧୦୩.୨୬ ଡିଜେଲ ଟ.୯୮.୯୫ ବିକ୍ରି ହେଉଛି । ବାଲେଶ୍ୱରରେ ୧୦୨.୬୬ ଓ ଡିଜେଲ ଟ.୯୭.୬ରେ ବିକ୍ରି ହେଉଛି ।