ପିପିଲି ଉପ-ନିର୍ବାଚନ : ୭ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ବିଭିନ୍ନ ଅଂଚଳର ଦାୟିତ୍ୱ ପ୍ରଦାନ କରିଛନ୍ତି । ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂ, ଉମାକାନ୍ତ ସାମନ୍ତରାୟ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଂଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଥିବା ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।