୨୫ରେ ରଷ୍ଟ୍ରପତିଙ୍କ ଶପଥ ସମାରୋହ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ
![](https://thetruths.in/wp-content/uploads/2022/07/President-Draupadi-Murmu-CM-Naveen-Patnaik.jpg)
ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଥିବା ବେଳେ ସେ ଯୋଗ ଦେବେ ବୋଲି ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ. ଜଗନମୋହନ ରେଡ୍ଡି ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇ ୨୬ ତାରିଖରେ ଫେରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଏହି ଗସ୍ତବେଳେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଜେଡି ସାଂସଦମାନଙ୍କୁ ଭେଟିବେ ବୋଲି ଜଣାପଡ଼ିଛି ।