ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର : ବିଶିଷ୍ଟ ବାମପନ୍ଥୀ ନେତା ତଥା ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କ ପରଲୋକ ଘଟିଛି । ସୋମବାର ଦିନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ସିପିଆଇ(ଏମ୍) ରାଜ୍ୟ ସଂପାଦକ ଅଳି କିଶୋର ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ସେ ନିଜ ଅନ୍ତେ ସ୍ତ୍ରୀ ପ୍ରତିଭା, ଝିଅ ନିବେଦିତା, ପୁଅ ବିଶ୍ୱଜିତ, ନଚିକେତା, ଗୀତିମୟଙ୍କୁ ଛାଡ଼ି ଯାଇଛନ୍ତି । ମଙ୍ଗଳବାର ସକାଳ ୧୦ଟାରେ ତାଙ୍କ ପାର୍ôଥବ ଶରୀର ସିପିଆଇ(ଏମ) କାର୍ଯ୍ୟାଳୟକୁ ଅଣାଯିବ ବୋଲି ଦଳୀୟ ସୂତ୍ରରୁ ପ୍ରକାଶ । ଏହାର ପରେ ଅନ୍ତିମ ବିଦାୟର କାର୍ଯ୍ୟକ୍ରମ ରହିଛି ।
ଗତକାଲି ତାଙ୍କର ଶରୀରରେ ପଟ୍ଟାସିୟମ୍ ସ୍ତର ହ୍ରାସ ପାଇବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତି କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ମଧ୍ୟାହ୍ଣ ୨.୧୦ ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ତାଙ୍କର ବିୟୋଗରେ ଗୋଟିଏ ଯୁଗର ଅବସାନ ଘଟିଛି । ବର୍ଷିଆନ୍ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକ ଜଣେ ଦକ୍ଷ ସଂଗଠକ ଥିଲେ । ସେ ତିନି ଥର ଭୁବନେଶ୍ୱର ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ସୂଚନା ଯେ, ଶିବାଜୀ ପଟ୍ଟନାୟକ ରାଜଧାନୀ ଭୁବନେଶ୍ୱର ଲୋକସଭା ଆସନରୁ ସାଂସଦ ଭାବେ ୩ଥର ନିର୍ବାଚିତ ହୋଇଥିଲେ । ୧୯୭୭, ୧୯୮୯ ଓ୧୯୯୧ରୁ ୧୯୯୬ ପର୍ଯ୍ୟନ୍ତ ସେ ଲୋକସଭା ସଦସ୍ୟ ରହିଥିଲେ ।