ଆଜିଠୁ ତିନି ଦିନ ବନ୍ଦ ରହିବ ଶ୍ରୀମନ୍ଦିର
- ସୋମବାରରୁ ନୂଆ କଟକଣା ସହ ଦର୍ଶନ
ପୁରୀ : ଆଜିଠୁ ତିନି ଦିନ ବନ୍ଦ ରହିବ ଶ୍ରୀମନ୍ଦିର । ଶୁକ୍ରବାର ଠାରୁ ରବିବାର ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ବନ୍ଦ ରହିବ । ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ପୂର୍ବ ଏସଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ସୋମବାର ଠାରୁ ନୂଆ କଟକଣାରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି।
ଶୁକ୍ରବାର ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି। ସେପଟେ ପୂର୍ବ ଏସ୍ଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସ୍ଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ। କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ବାକି ୬ ଦିନ ଭକ୍ତମାନେ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାର ଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ। ଏହାସହିତ ମହାପ୍ରଭୁଙ୍କ ପାଇଁ ଫୁଲ, ଦୀପ, ଧୂପ ନେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ ।