ରାଜ୍ୟରେ ବର୍ଷା ଜାରି : ଆଜି ୮ଟି ଜିଲାକୁ ଅରେଞ୍ଜ ଓ ୧୧ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
![](https://thetruths.in/wp-content/uploads/2023/03/Rain-1024x576.jpg)
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଏକ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ଜାରି ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୋମବାର ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ୮ ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଥିବାରୁ ଏ ସବୁ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି । ଏ ସବୁ ଜିଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ଏଥିସହ ମୌସୁମୀ ସକ୍ରିୟ ରହିଛି । ୪ ଦିନ ଯାଏ ପ୍ରବଳ ବର୍ଷିବ। ପୁଣି ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୦ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୯ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ। ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ବଙ୍ଗୋପସାଗରରେ ଲଘୁଚାପ। ଉତ୍ତର ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି ଲଘୁଚାପ। ବଢିବ ବର୍ଷାର ପରିମାଣ। ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅତି ପ୍ରବଳ ବର୍ଷା ପାଇଁ ଆଗାମୀ ୨୪ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ୨୦ ତାରିଖରୁ ବଢିବ ବର୍ଷାର ପରିମାଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ଠାରୁ ୧୦୩ ପ୍ରତିଶତ ଅଧିକ ରହିଛି ।