ଆଇଏଏସସ୍ତରରେ ଅଦଳ ବଦଳ : ରାଜକୁମାର ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ
ଭୁବନେଶ୍ୱର : ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ୧୦ବରିଷ୍ଠ ଆଇଏଏସଙ୍କ ବିଭାଗ ଅଦଳବଦଳ ହୋଇଛି । ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
ବିଜ୍ଞପ୍ତି ଅନୁଯାୟୀ ରାଜ କୁମାର ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ ଓଏସ୍ଏମ୍ସିଏଲ୍ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା ହେଲେ କୃଷି ଉତ୍ପାଦନ କମିଶନର ସହିତ ଘରୋଇ ବିଭାଗ, ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ରୁପେ ବିଷ୍ଣୁପଦ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ପରିବହନ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ପ୍ରଦାନ କରାଯାଇଛି । ମଧୁସୂଦନ ପାଢ଼ୀଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଛି । ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ରଂଜନା ଚୋପ୍ରାଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଇପିକଲ୍ ଓ ଇଡ୍କୋ ଅଧ୍ୟକ୍ଷ ଓ ଏସ୍ଡିଆଣ୍ଡଟିଇ ବିଭାଗ ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । କୃଷି ସଚିବ ଏସ୍ କେ ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗ (ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଦାୟିତ୍ୱ ଦିଆଯାଇଛି । ଭାସ୍କର ଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ବିଏସ ପୁନିଆ ଇଡକୋର ଏମଡି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ଜଣା ପଡିଛି ।